Today Gold Price
ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆଜି ସୁନା ଦର ବୃଦ୍ଧି ପାଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୪୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୨,୨୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍ ସୁନାର ଦର ୪୭ ହଜାର ୫୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୯୦୦ ରହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୭୦୦ ଟଙ୍କା ରହିଛି।
ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଶୁଦ୍ଧ ରୂପା କିଲୋ ପିଛା ୭୦,୫୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1671605816.jpg)