• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି ।  ଆଜି ସୁନା ଦର ଅପରିବର୍ତ୍ତିତ ରହିଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୩ ହଜାର ୭୦୦ ଟଙ୍କା ରହିଥିବା ବେଳେ ଆଜି ବି ତାହା ଅପରିବର୍ତ୍ତିତ (୫୩ ହଜାର ୭୦୦ ଟଙ୍କା) ରହିଛି । ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୧,୫୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୬ ହଜାର ୮୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୩୦୦ ରାହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୨୦୦ ଟଙ୍କା ରହିଛି 

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୫୭୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୯୦ (କ୍ୟାସ ୯୯୫) ଟଙ୍କା ରହିଛି ।

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି । ରୁପା ଦରରେ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୮,୭୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।