Today Gold Price 22nd Dec 2022: ବିବାହ ସିଜିନ୍ ପାଇଁ ବଢିଲା ସୁନା ଦର, ଜାଣନ୍ତୁ କେତେ ଅଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୧୦୦ ଟଙ୍କା ରହିଛି ।

gold price today

News Summary

ବଢିଲା ସୁନା ଦର

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି ।  ଆଜି ସୁନା ଦର ବୃଦ୍ଧି ପାଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୨୦୦ ଟଙ୍କା ରହିଥିବା ବେଳେ ଆଜି  ତାହା ବୃଦ୍ଧି ପାଇ ୫୪ ହଜାର୪୦୦ ଟଙ୍କା ରହିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୨,୧୦୦ ଟଙ୍କା ରହିଛି । ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୭ ହଜାର ୪୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୨,୮୦୦ ରାହିଛି । ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୩,୭୦୦ ଟଙ୍କା ରହିଛି 

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୬୩୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୩୪୦ (କ୍ୟାସ ୯୯୫) ଟଙ୍କା ରହିଛି ।

ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି । ରୁପା ଦରରେ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୯,୭୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।