Today Gold Price- 22nd Nov 2022: ବିବାହ ଉପହାରରେ ସୁନା ଦେବାକୁ ଚାହୁଁଛନ୍ତି କି, ଜାଣି ନିଅନ୍ତୁ କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୪୫୦ ଟଙ୍କା ରହିଛି ।

gold price today

News Summary

ଜାଣନ୍ତୁ ଆଜିର ସୁନା ଦର

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨,୨୦୦ଟଙ୍କାରେ ପହଞ୍ଚିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୮୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୩୦୦ ଟଙ୍କା, ୪୦,୯୦୦ ଟଙ୍କା ଓ ୩୨, ୧୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୫୦୦ ଟଙ୍କାରେ ପହଞ୍ଚିଛି।  ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।