Today Gold Price- 23rd Nov 2022: ବିବାହ ଋତୁରେ କମିଲା ସୁନା ଦର, କିଣିବା ପୂର୍ବରୁ ଜଲଦି ଜାଣନ୍ତୁ ନୂଆ ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୨୬୦ ଟଙ୍କା ରହିଛି ।

Gold Price Today

News Summary

କମିଲା ସୁନା ଦର

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨,୨୦୦ଟଙ୍କା ରହିଥିଲା । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର କମି  ୫୧,୮୦୦ଟଙ୍କାରେ ପହଞ୍ଚିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୬୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୧୦୦ ଟଙ୍କା, ୪୦,୮୦୦ ଟଙ୍କା ଓ ୩୨, ୦୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୨୦୦ ଟଙ୍କାରେ ପହଞ୍ଚିଛି।  ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୨୦୦ ଟଙ୍କାରେ କାରବାର ହେଉଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।