ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧,୮୦୦ଟଙ୍କା ରହିଥିଲା । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ବୃଦ୍ଧି ପାଇ ୫୨.୨୦୦ ଟଙ୍କାରେ ପହଞ୍ଚିଛି ।
Also Read
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୦୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୫୦୦ ଟଙ୍କା, ୪୧,୧୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୧,୨୦୦ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୩୦୦ ଟଙ୍କାରେ କାରବାର ହେଉଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।