Today Gold Price- 24th Nov 2022: ପୁଣି ବଢ଼ିଲା ସୁନା ଓ ରୁପା ମୂଲ୍ୟ; ୧୦ ଗ୍ରାମ ପ୍ରତି କେତେ ହେଲା ଦାମ ଜାଣନ୍ତୁ

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୬୯୦ ଟଙ୍କା ରହିଛି ।

gold price today

News Summary

ଜାଣନ୍ତୁ ଆଜି କେତେ ଅଛି ସୁନାର ଦାମ୍

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧,୮୦୦ଟଙ୍କା ରହିଥିଲା । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ବୃଦ୍ଧି ପାଇ ୫୨.୨୦୦  ଟଙ୍କାରେ ପହଞ୍ଚିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୦୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୫୦୦ ଟଙ୍କା, ୪୧,୧୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୨୦୦ ଟଙ୍କାରେ ପହଞ୍ଚିଛି।  ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୩୦୦ ଟଙ୍କାରେ କାରବାର ହେଉଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।