ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଦୁଇ ଦିନ ଧରି ସ୍ଥିର ରହିବା ପରେ ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦ ହଜାର ୩୦୦ ଟଙ୍କା ଥିବାବେଳେ ଆଜି ୨ ହଜାର ୮୦୦ଟଙ୍କା ବୃଦ୍ଧି ପାଇ ୫୩ ହଜାର ୧୦୦ ଟଙ୍କା ହୋଇଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୯୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୬, ୩୦୦ ଟଙ୍କା, ୪୧,୮୦୦ ଟଙ୍କା ଓ ୩୨, ୮୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୨,୨୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୫,୩୦୦ ଟଙ୍କାରେ କାରବାର ହେଉଛି ।
Also Read
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।