Advertisment

Today Gold Price 4th Jan 2023: ପୁଣି ବଢିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୭୫୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
Gold Price Today 4th Jan 2023

Today Gold Price

Advertisment

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି।  ଆଜି ସୁନା ଦର ବୃଦ୍ଧି ପାଇଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୪ ହଜାର ୯୦୦ ଟଙ୍କା ରହିଥିବା ବେଳେ ଆଜି  ତାହା ବୃଦ୍ଧି ପାଇ ୫୫ ହଜାର ୨୦୦ ଟଙ୍କା ରହିଛି।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୨,୯୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୮ ହଜାର ୧୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୩,୪୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୧୦୦ ଟଙ୍କା ରହିଛି 

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୭୪୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୪୬୦ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି।  ଶୁଦ୍ଧ ରୂପା କିଲୋ ପିଛା ୭୦,୨୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ