Advertisment

Today Gold Price 5th Jan 2023: ସୁନା ଦରରେ ପରିବର୍ତ୍ତନ, ଜାଣନ୍ତୁ କେତେ ରହିଛି ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୯୦୦ ଟଙ୍କା ରହିଛି ।

author-image
Pallipuspa Samal
ଅଦ୍ୟତନ ହୋଇଛି
Gold Price Today 5th Jan 2023

Today Gold Price

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି।  ଆଜି ସୁନା ଦର ବୃଦ୍ଧି ପାଇଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୫ ହଜାର ୨୦୦ ଟଙ୍କା ରହିଥିବା ବେଳେ ଆଜି  ତାହା ବୃଦ୍ଧି ପାଇ ୫୫ ହଜାର ୫୦୦ ଟଙ୍କା ରହିଛି।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୩,୨୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୮ ହଜାର ୪୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୩,୭୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୩୦୦ ଟଙ୍କା ରହିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୭୬୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୪୮୦ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି।  ଶୁଦ୍ଧ ରୂପା କିଲୋ ପିଛା ୭୦,୪୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
Advertisment
Advertisment