ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୩ ହଜାର ୨୦୦ ଟଙ୍କା ଥିବାବେଳେ ଆଜି ୨୦୦ଟଙ୍କା କମି ୫୩ ହଜାର ୦୦୦ ଟଙ୍କା ହୋଇଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୮୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୬, ୨୦୦ ଟଙ୍କା, ୪୧,୭୦୦ ଟଙ୍କା ଓ ୩୨,୮୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୨,୧୦୦ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୭,୨୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।