Today Gold Price: ପୁଣି ବଢିଲା ସୁନା ଦର,ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍...

ଆଜି ରାଜଧାନୀରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ରହିଛି ୮୦ ହଜାର ୭ଶହ ଟଙ୍କା। ବିବାହ ଋତୁ ଆରମ୍ଭରୁ ସୁନା ଦରରେ ଅଚାନକ ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇଦେଇଛି।

Gold Price

ବିବାହ ଋତୁରେ ମହରଗ ହେବାରେ ଲାଗିଛି ସୁନା । ଦିନକୁ ଦିନ ହୁ ହୁ ହୋଇ ବଢୁ ଚାଲିଛି ସୁନା ଦର । ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ବଜେଟ୍ ଆସିବା ପରେ ଲଗାତର ସୁନା ଦର ବଢ଼ିବାରେ ଲାଗିଛି । କିନ୍ତୁ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ତେବେ ସୁନା କିମ୍ବା ରୂପା କିଣିବା ପୂର୍ବରୁ ଜାଣି ରଖନ୍ତୁ କେଉଁଠି କେତେ ରହିଛି ସୁନା ଦର।

ଅର୍ଥନୈତିକ ରିପୋର୍ଟ ୨୦୨୫ରେ ସୁନା ଦର କମ୍ ହେବ ବୋଲି ଆକଳନ କରାଯାଇଥିଲା। ହେଲେ ଏହାର ଓଲଟା ଫଳ ଦେଖିବାକୁ ମିଳିଛି। ଲଗାତର ୨-୩ ଦିନ ହେଲା ସୁନା ଦର ହୁ ହୁ ହୋଇ ବଢୁଛି। l ଗତକାଲି ରାଜଧାନୀ ଭୁବନେଶ୍ୱରରେ ଭରିଏ ୨୨ କ୍ୟାରେଟ୍ ସୁନା ଦର ୮୦,୩୫୦ ଟଙ୍କା ଥିବା ବେଳେ ଆଜି ଏହା ବୃଦ୍ଧି ପାଇ ୮୦,୭୦୦ ଟଙ୍କାରେ ପହଞ୍ଚିଛି।

ସେହିପରି ଭରିଏ ୨୪ କ୍ୟାରେଟ୍ ସୁନା ଦର ୮୭,୬୫୦ ଟଙ୍କାରୁ କମି ୮୮,୦୪୦ ଟଙ୍କାରେ ପହଞ୍ଚିଛି। କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୮୦,୭୦୦ ଟଙ୍କା ରହିଛି। ଏହା ଛଡା ରୁପା ଦରରେ ସାମାନ୍ୟ ବୃଦ୍ଧି ପାଇଛି । ଶୁଦ୍ଧ ରୂପା ୧୦ ଗ୍ରାମ୍ ପିଛା ୧୦୭୦ ଟଙ୍କା ରହିଥିବା ବେଳେ ୧୦୦ ଗ୍ରାମ୍ ପିଛା ୧୦,୭୦୦ ଓ ୧ କେଜି ପିଛା ୧,୦୭,୦୦୦ ଟଙ୍କା ରହିଛି।

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....