/odishatv-khabar/media/post_attachments/uploadimage/library/16_9/16_9_0/IMAGE_1736495959.jpg)
Gold Price Today
ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର। ଆଜି ସୁନା ଦରରେ ହେଲା ପରିବର୍ତ୍ତନ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୧,୨୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୪,୫୧୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୪୫୧ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୯,୬୦୮ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୪,୫୧୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୪୫୧ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୯,୬୦୮ ଟଙ୍କା ରହିଛି । ଏହା ଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୩.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୩୧.୨୦ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୩୯୦ ଓ ୧ କେଜି ପିଛା ୧,୦୩,୯୦୦ ଟଙ୍କା ରହିଛି।
ଅଧିକ ପଢ଼ନ୍ତୁ: ଦୃଢ଼ ଇଚ୍ଛା ଶକ୍ତି ଆଗରେ ହାର ମାନିଛି ବୃଦ୍ଧାବସ୍ଥା; ବୟସ ୮୦, ରୋଜଗାର ଲକ୍ଷ ଲକ୍ଷ...
ଦେଶର ବିଭିନ୍ନ ସହରରେ ସୁନାର ( ୨୨ କ୍ୟାରେଟ୍ ) ଦାମ୍:
ଭୁବନେଶ୍ୱର- ୭୪,୫୧୦
କଟକ- ୭୪,୫୧୦
ମୁମ୍ୱାଇ- ୭୪,୫୧୦
ନୂଆଦିଲ୍ଲୀ- ୭୪,୬୬୦
କୋଲକାତା- ୭୪,୫୧୦
ଅଧିକ ପଢ଼ନ୍ତୁ: ଛାଡ଼ିଦେଲେ ବ୍ୟାଙ୍କ ଚାକିରି, ଛୋଟିଆ କୋଠରୀରୁ ମାସିକ ରୋଜଗାର ୫ ଲକ୍ଷ
କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...
- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
- ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
- ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....
- ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
- ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ।
- ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।
- ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)