/odishatv-khabar/media/post_attachments/uploadimage/library/16_9/16_9_0/IMAGE_1731396594.jpg)
Gold Price Today
ଖୁସି ଖବର। ପୁଣି କମିଲା ସୁନା ଦର। ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ଘଟିଛି । ଗତକାଲି ଅପେକ୍ଷା ସୁନାର ଦାମ୍ କମ୍ ହୋଇଛି। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୭,୧୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୭୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୭,୦୪୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୦,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୦୭୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୫୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୯ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି।
ଅଧିକ ପଢ଼ନ୍ତୁ: ଆଶ୍ଚର୍ଯ୍ୟ କଲା ସର୍ଭେ ରିପୋର୍ଟ; ୭୫ପ୍ରତିଶତ ଲୋକ ବନ୍ଦ କରିବେ UPI ପେମେଣ୍ଟ !
ଦେଶର ବିଭିନ୍ନ ସହରରେ ସୁନାର ଦାମ୍:
ଭୁବନେଶ୍ୱର-୭୦,୭୦୦
କଟକ- ୭୦,୭୦୦
ମୁମ୍ୱାଇ-୭୦,୭୦୦
ନୂଆଦିଲ୍ଲୀ-୭୦,୮୫୦
କୋଲକାତା- ୭୦,୭୦୦
କେମିତି ଜାଣିବେ ସୁନାର ଶୁଦ୍ଧତା ?
- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
- ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
- ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା ? ଜାଣନ୍ତୁ କିଛି ଟିପ୍ସ୍....
- ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ
- ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ
- ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ
- ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)