• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ଦର। ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୭,୪୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୧,୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୧୦୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୬,୮୦୦ ଟଙ୍କା ରହିଛି । 

କଟକରେ ମଧ୍ୟ ସୁନା ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୧,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୧୦୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୬,୮୦୦ ଟଙ୍କା ରହିଛି । ଏହାଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି  । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୮.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୧.୨୦ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୮୯୦ ଓ ୧ କେଜି ପିଛା ୯୮,୯୦୦ ଟଙ୍କା ରହିଛି। 

ଅଧିକ ପଢନ୍ତୁ: ୟୁଟ୍ୟୁବ୍‌ରେ ଦେଉଥିଲେ ସେୟାର ମାର୍କେଟ୍‌ ଟିପ୍ସ, SEBI ଲଗାଇଲା ୧୦ କୋଟିର ଫାଇନ୍‌

ଦେଶର ବିଭିନ୍ନ ସହରରେ ସୁନାର ଦାମ୍:

  • ଭୁବନେଶ୍ୱର- ୭୧,୦୦୦
  • କଟକ- ୭୧,୦୦୦
  • ମୁମ୍ୱାଇ-୭୧,୦୦୦
  • ନୂଆଦିଲ୍ଲୀ-୭୧,୧୫୦ 
  • କୋଲକାତା-୭୧,୦୦୦

କେମିତି ଜାଣିବେ ସୁନାର ଶୁଦ୍ଧତା:

  • ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।
  • ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।
  • ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

ଅଧିକ ପଢନ୍ତୁ: ଚଳିତବର୍ଷ ରେକର୍ଡ ଭାଙ୍ଗିଲା ଅନଲାଇନ୍ ଟ୍ରାଞ୍ଜାକ୍ସନ୍; ବିଦେଶରେ ବି ବଢୁଛି UPI କାରବାର

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

  • ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
  • ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତ।
  • ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତ।
  • ଅଫ୍ ସିଜନରେ ସୁନା କିଣନ୍ତୁ... କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ।

OTV is now on Whatsapp

Join and get latest news update delivered to you via whatsapp

Join Now