Advertisment

Gold Price in Bhubaneswar Drop: ଖୁସି ଖବର; ପୁଣି ଶସ୍ତା ହେଲା ସୁନା, ଜାଣନ୍ତୁ କେତେ କମିଲା ?

ପୁଣି ଶସ୍ତା ହେଲା ସୁନା । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୭୫୦ ଟଙ୍କା ହ୍ରାସ ପାଇଛି ।

author-image
Sujit kumar Swain
ଅଦ୍ୟତନ ହୋଇଛି
undefined

Gold Price Drop

ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୭୫୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୩୦୦୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ଏହି ହଳଦିଆ ଧାତୁ ମୂଲ୍ୟ, ଯାହାକି ମଧ୍ୟବିତ୍ତଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି ।

Advertisment

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧,୦୧,୩୫୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୭୫୦ ଟଙ୍କା ହ୍ରାସ ପାଇବା ସହ ୯୮,୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୭୫୦ ଟଙ୍କା ହ୍ରାସ ଘଟି ୯୨,୯୦୦ ଟଙ୍କାରୁ ୯୦,୧୫୦ ଟଙ୍କା ରହିଛି । 

ଅଧିକ ପଢ଼ନ୍ତୁ: କେଉଁ ଦେଶ ପାଖରେ ରହିଛି ସର୍ବାଧିକ ସୁନା ? ଜାଣିଲେ ଉଡ଼ିଯିବ ଆପଣଙ୍କ ହୋସ୍‌...

Advertisment

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୦୧୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୨,୧୨୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୮୩୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୮,୬୮୦ ଟଙ୍କା ରହିଛି । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ରୂପା କେଜି ୧,୧୧,୦୦୦ ଟଙ୍କାରେ ପହଞ୍ଚିଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

ଅଧିକ ପଢ଼ନ୍ତୁ: ସର୍ବକାଳୀନ ରେକର୍ଡ: ପ୍ରଥମ ଥର ୧ ଲକ୍ଷ ଟଙ୍କା ଟପିଲା ସୁନା ଦର 

Gold Prices Fall Gold Price In India Gold Price Gold Price Latest Update
Advertisment
Advertisment