Advertisment

ରାଜ୍ୟରେ ପୁଣି ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ୍ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS

ଅଦ୍ୟତନ ହୋଇଛି
Omicron

Omicron

Advertisment

ରାଜ୍ୟରେ ପୁଣି ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS। ଆଉ ଏହାରି ମଧ୍ୟରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ରେ ପହଞ୍ଚିଥିଲା। ତେବେ ରାଜ୍ୟରେ ଲଗାତାର ଭାବରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଆଜି ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୧୫୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୧୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହାକି ଏହି ସିଜନ୍‌ର ସର୍ବାଧିକ ବୋଲି କୁହାଯାଉଛି।

Advertisment

ଏପଟେ, ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍ । ଆଉ ୧୧ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ବିଏମ୍‌ସିର ନର୍ଥ ଜୋନ୍‌ର ୪ଟି ଓ ଦକ୍ଷିଣପୂର୍ବ ଜୋନ୍‌ର ୭ଟି ସ୍ଥାନ କଣ୍ଟେନମେଣ୍ଟ କରାଯାଇଛି । ଯାହା ପରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି । ଏହି ସବୁ ଅଞ୍ଚଳରେ ଲୋକଙ୍କ ଯାଆସ ଉପରେ ମଧ୍ୟ କଟକଣା ରଖାଯାଇଛି । ବିଏମ୍‌ସି ପକ୍ଷରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ସେଠାକୁ ପହଞ୍ଚା ଯାଉଛି । ତେବେ କରୋନା ବଢୁଥିବାରୁ ଏବେ ଚିନ୍ତା ବଢିଛି।

Omicron Variant Coronavirus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ