Advertisment

ଓଡ଼ିଶାରେ ଚିନ୍ତା ବଢ଼ାଇଲା କରୋନା: ୨୪ ଘଣ୍ଟାରେ ୧,୮୯୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୬୯

ଆଜି ବି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
undefined

Coronavirus

ଆଜି ବି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୧୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୭୯୧ ରହିଛି। ସେହିପରି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।ଖୋର୍ଦ୍ଧା ଜିଲ୍ଲାର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୬୭କୁ ବୃଦ୍ଧି ପାଇଛି। 

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୫୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୯,୭୭୩ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୫,୫୧୪ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍‌ କେସ୍‌-୫୭୩୯ ରହିଛି। 

Advertisment


— I & PR Department, Odisha (@IPR_Odisha) January 6, 2022


— I & PR Department, Odisha (@IPR_Odisha) January 6, 2022

ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ କଟକଣା କଡ଼ାକଡ଼ି କରାଯାଇଛି । ଓଡ଼ିଶା ପାଇଁ ଆସିଛି ନୂଆ କୋଭିଡ଼ ଗାଇଡଲାଇନ । ଏନେଇ SRC ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅଫିସରେ କର୍ମଚାରୀ ସଂଖ୍ୟା କମାଇବାକୁ ନିଷ୍ପତ୍ତି ନିଆଯାଇଛି । ଅଧା କର୍ମଚାରୀ ଅର୍ଥାତ୍ ୫୦ ପ୍ରତିଶତରେ ଚାଲିବ ସରକାରୀ ଅଫିସ୍‌ । 

COVID19 Corona Cases Odisha
Advertisment
Advertisment