Advertisment

ଓଡ଼ିଶାରେ କରୋନା ବିସ୍ଫୋରଣ: ଦିନକରେ ଚିହ୍ନଟ ହେଲେ ୨,୭୦୩ ପଜିଟିଭ୍‌

ଆଜି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୨ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Cases In Odisha

Corona Cases In Odisha

ଆଜି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୨ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୭୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୧୨୪ ରହିଛି। 

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨,୪୭୬ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୫,୭୧୮ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍‌ କେସ୍‌-୮୨୩୭ ରହିଛି। 

Advertisment


— I & PR Department, Odisha (@IPR_Odisha) January 7, 2022


— I & PR Department, Odisha (@IPR_Odisha) January 7, 2022

ସେପଟେ ରାଜ୍ୟରେ ଆଜିଠୁ ନୂଆ କରୋନା କଟକଣା ଲାଗୁ ହୋଇଛି। ଆଜିଠୁ ରାତି ୯ରୁ ସକାଳ ୫ ଯାଏ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ୫୦% କ୍ଷମତାରେ ହୋଟେଲ ଓ ବାର୍ ଚାଲିବ। ରାସ୍ତାକଡ଼ ଦୋକାନ ରାତି ୯ଟା ଯାଏ ଖୋଲିବ, କିନ୍ତୁ ଏକାସମୟରେ ସର୍ବାଧିକ ୫ ଜଣ ଗ୍ରାହକ ରହିବେ।

COVID19 Corona Cases Odisha
Advertisment
Advertisment