• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ 

ଭୁବନେଶ୍ୱର: କରୋନା ସଂକ୍ରମଣ ଲଗାମ ଲାଗୁନି ଲଗାମ୍ । ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଏମ୍ସରୁ ଡାକ୍ତର, ନର୍ସ, ପାରା ମେଡିକାଲ ଷ୍ଟାଫ୍ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେହିଭଳି ୨୦ ଜଣ ଛାତ୍ରଛାତ୍ରୀ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଓପିଡି ବନ୍ଦ ନେଇ ଭୁବନେଶ୍ୱର ଏମ୍ସ୍ ପକ୍ଷରୁ ୨ ଦିନ ପୂର୍ବେ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କହିଛନ୍ତି କର୍ତ୍ତୃପକ୍ଷ।

କ୍ରମଶଃ ୪ ଦିନ ଧରି ୧୦ ହଜାର ଟ୍ରେଣ୍ତରେ ଚାଲିଥିବା କୋଭିଡ ସଂକ୍ରମଣରେ ଆଜି ଏକପ୍ରକାର ରୋକ୍‌ ଲାଗିଛି। ଗତକାଲି ଅପେକ୍ଷା ଆଜି କୋଭିଡ ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଆଜି ରାଜ୍ୟରେ ଦିନକରେ ୧୦,୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୬୦୮୨ କେସ୍ ଚିହ୍ନଟ ହୋଇଥିବା ବେଳେ ୪୪୦୭ ଜଣ ଲୋକାଲ୍ କେସ୍‌ରେ ଚିହ୍ନଟ ହୋଇଛନ୍ତି ।

ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୮୨ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୨,୯୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ୧୪୪୭ ଜଣ, କଟକରୁ ୭୮୬ ଓ ଷ୍ଟେଟପୁଲରୁ ୭୦୭ ଚିହ୍ନଟ ହୋଇଛନ୍ତି ।