Advertisment

ରାଜ୍ୟରେ ଆଉ ୩୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ବଢ଼ୁଛି, ନୂଆ ଭାରିଆଣ୍ଟ୍ ବି ମାଡ଼ୁଛି । ଆଜି ରାଜ୍ୟରେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୨୨ ହଜାର ୭୫୩କୁ ବୃଦ୍ଧି ହୋଇଛି।

ଅଦ୍ୟତନ ହୋଇଛି
Omicron

Omicron

Advertisment

ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ବଢ଼ୁଛି, ନୂଆ ଭାରିଆଣ୍ଟ୍ ବି ମାଡ଼ୁଛି । ଆଜି ରାଜ୍ୟରେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୨ ଓମିକ୍ରନ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ILS । ସେପଟେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ କୁ ବୃଦ୍ଧି ପାଇଛି ।

Advertisment

ରାଜ୍ୟରେ ଆଜି ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୨୨ ହଜାର ୭୫୩କୁ ବୃଦ୍ଧି ହୋଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୨୧ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୨୯୩, ଲୋକାଲ କଣ୍ଟାକ୍ଟ ୪୫୬୩ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩,୦୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼- ୧୯୪୩, କଟକ- ୯୦୯, ଷ୍ଟେଟପୁଲ୍- ୭୧୨, ସମ୍ବଲପୁର- ୫୦୦, ମୟୂରଭଞ୍ଜ- ୩୭୬, ବାଲେଶ୍ୱର- ୩୨୬, ବଲାଙ୍ଗିର- ୨୫୯, ଜଗତସିଂହପୁର- ୨୨୨, ଝାରସୁଗୁଡ଼ା- ୨୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ସେହିପରି ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ। ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୭୮କୁ ବୃଦ୍ଧି ହୋଇଛି।

Odisha Omicron
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ