Advertisment

ଚିନ୍ତା ବଢ଼ାଉଛି ଖୋର୍ଦ୍ଧା: ଥମୁନି ସଂକ୍ରମଣ, ୨୪ ଘଣ୍ଟାରେ ୩୪୬ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୦୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୬୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୩୩୮ ରହିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୧୮ ବର୍ଷରୁ କମ୍ ବର୍ଗର ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

People Wear Mask

People Wear Mask

Advertisment

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ସଂକ୍ରମଣ ପୁଣି ବଢ଼ିଛି। ରାଜ୍ୟରେ ୨୪ ଘଣ୍ଟାରେ ୮୦୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୪୬୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୩୩୮ ରହିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ୧୮ ବର୍ଷରୁ କମ୍ ବର୍ଗର ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଖୋର୍ଦ୍ଧାରେ ସଂକ୍ରମଣ ଚିନ୍ତା ବଢ଼ାଇଛି। କିଛି ଦିନ ଧରି ଖୋର୍ଦ୍ଧାରେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ପୁଣିଥରେ ସଂକ୍ରମଣ ବଢ଼ିଛି। ଗତକାଲି ଖୋର୍ଦ୍ଧାରେ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ଥିବାବେଳେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୯୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୩୪୬, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟପୁଲ୍‌ରୁ ୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment


— I & PR Department, Odisha (@IPR_Odisha) September 5, 2021


Advertisment

— I & PR Department, Odisha (@IPR_Odisha) September 5, 2021

ସେହିପରି ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭ରେ ପହଞ୍ଚିଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯,୯୬,୩୦୦ ଜଣ ସୁସ୍ଥ ହୋଇଥିବା ବେଳେ ୭,୧୫୮ ଆକ୍ଟିଭ୍‌ କେସ୍‌ ରହିଛି। 

Odisha COVID-19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ