/odishatv-khabar/media/post_attachments/uploadimage/library/16_9/16_9_0/IMAGE_1641451510.jpg)
Containment Zone
ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଗତକାଲି ଭୁବନେଶ୍ୱର ମହାନଗର ନିଗମ(BMC)ରେ ୧୦ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୪ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏବେ BMCରେ ମୋଟ୍ ୧୪ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇ ସାରିଲାଣି।
ନୟାପଲ୍ଲୀ ଓ ଭୀମପୁରରେ ଗୋଟିଏ ଲେଖାଏ ଅଞ୍ଚଳ, ଶ୍ରୀକ୍ଷେତ୍ର ବିହାରରେ ଆଉ ୨ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏକାଧିକ କରୋନା ସଂକ୍ରମିତ ଚିହ୍ନଟ ପରେ ବିଏମ୍ସି ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଆଜି ବି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୮୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୧୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୭୯୧ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୯,୭୭୩ରେ ପହଞ୍ଚଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)