Advertisment

ଦିନକରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

ରାଜ୍ୟରେ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରରୁ ଜଣେ ୫୬ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ଓ ଜଣେ ୪୫ ବର୍ଷ ପୁରୁଷଙ୍କ ମୃତ୍ୟୁ ହୋଇଛି।

undefined

Covid19

Advertisment

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୪୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୩ ଆକ୍ରାନ୍ତ ହୋଇଛନ୍ତି। କ୍ୱାରେଣ୍ଟିନରୁ ୨୬୫, ଲୋକାଲ କେସ୍ ୧୮୮ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ। 

Advertisment

ସେହିପରି ରାଜ୍ୟରେ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରରୁ ଜଣେ ୫୬ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୨ ବର୍ଷ ଓ ଜଣେ ୪୫ ବର୍ଷ ପୁରୁଷଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୨୨୩କୁ ବୃଦ୍ଧି ହୋଇଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। 

Advertisment

COVID19 CoronaUpdates Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ