Coronavirus
ଭୁବନେଶ୍ୱର: ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ଏବେ ପୁଣି ଧୀରେ ଧୀରେ ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଛି। ସେପ୍ଟେମ୍ବର୧୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେପ୍ଟେମ୍ବର ୧୬ ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ରାଜ୍ୟରେ ୬୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୩୬୭ ଚିହ୍ନଟ ହୋଇଥିବା ଲୋକାଲ କେସ୍ ୨୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Also Read
ଚିହ୍ନଟ ନୂଆ ୬୨୮ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗିରରୁ ୧, କଟକରୁ ୭୨ ଜଣ, ଦେବଗଡ଼ରୁ ୧ ଢେଙ୍କାନାଳରୁ ୫ ଜଣ, ଗଜପତି ୨, ଗଞ୍ଜାମ ୧, ଜଗତସିଂହପୁରରୁ ୨୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୩, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୧୬, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ଷ୍ଟେଟ ପୁଲ୍ରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।
5. Balangir: 1
6. Cuttack: 72
7. Deogarh: 1
8. Dhenkanal: 5
9. Gajapati: 2
10. Ganjam: 1
11. Jagatsinghpur: 26
12. Jajpur: 19
13. Jharsuguda: 3
14. Kendrapada: 9
15. Keonjhar: 2
16. Khurda: 291
17. Koraput: 16
18. Mayurbhanj: 22
19. Nayagarh: 7
20. Puri: 9
21. Rayagada: 4
— I & PR Department, Odisha (@IPR_Odisha) September 17, 2021
22. Sambalpur: 8
23. Sundargarh: 23
24. State Pool: 66New recoveries: 681
Cumulative tested: 19128253
Positive: 1018926
Recovered: 1004845
Active cases: 5906
— I & PR Department, Odisha (@IPR_Odisha) September 17, 2021
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍ କେସ୍ ୫୯୦୬ ରହିଛି। ୧୦୦୪୮୪୫ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୨ରେ ପହଞ୍ଚିଛି।
ରାଜ୍ୟରେ କରୋନା କମିଥିଲେ ମଧ୍ୟ ଢିଲା ନ ମାରିବାକୁ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯଦିଓ ପଜିଟିଭିଟି ରେଟ୍ କମ୍ ଅଛି ଓ ଆମେ ଭଲ ସ୍ଥିତିରେ ଅଛୁ, ହେଲେ ବିପଦ ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ। କେଉଁ ସମୟରେ ସଂକ୍ରମଣ ବଢ଼ିପାରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1628133681.jpg)