Advertisment

ରାଜ୍ୟରେ ପୁଣି ୭୩୪ ପଜିଟିଭ ଚିହ୍ନଟ, ୪ ମୃତ

ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଆଜି ପୁଣି ୭୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ଅଛନ୍ତି ୧୦୧ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଚିହ୍ନଟ ହୋଇଥିବା ଷ୍ଟେଟପୁଲରୁ ୮୧ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୨୪ ଓ ଲୋକାଲ କେସ୍- ୩୧୦ ଚିହ୍ନଟ ହୋଇଛନ୍ତି ।

author-image
Prangyan Parimita
corona virus

corona virus

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଆଜି ପୁଣି ୭୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ଆକ୍ରାନ୍ତ ଅଛନ୍ତି ୧୦୧ ଜଣ । ଖୋର୍ଦ୍ଧାରୁ ସର୍ବାଧିକ ୩୩୫ ଚିହ୍ନଟ ହୋଇଥିବା ଷ୍ଟେଟପୁଲରୁ ୮୧ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୨୪ ଓ ଲୋକାଲ କେସ୍- ୩୧୦ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦କୁ ବୃଦ୍ଧି ପାଇଛି ।

Advertisment

ଆଜି ଚିହ୍ନଟ ହୋଇଥିବା ୭୩୪ ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୩ଜଣ, ବାଲେଶ୍ୱରରୁ ୩୦ଜଣ, ବରଗଡ଼ରୁ ୫ଜଣ, ଭଦ୍ରକରୁ ୧୦ଜଣ, କଟକରୁ ୯୧ଜଣ, ଢେଙ୍କାନାଳରୁ ୫ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୩୨ଜଣ, ଯାଜପୁରରୁ ୨୯ଜଣ, ଝାରସୁଗୁଡ଼ାରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୬ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୩୩୫ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟରୁ ୪ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୭ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୭ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୭ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟପୁଲରୁ ୮୧ଜଣ ଚିହ୍ନଟ ହୋଇଛନ୍ତି ।

ସେପଟେ ଆଉ ଚାରି ଜଣ କରୋନାରେ ଜୀବନ ହାରିଛନ୍ତି । କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୮,୧୫୦କୁ ବୃଦ୍ଧି ପାଇଛି ।

Advertisment

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୪୪୫୬୫୨ଜଣଙ୍କର ନମୁନା ପରୀକ୍ଷଣ ହୋଇଛି । ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୫୨୧ ଜଣ ସକ୍ରିୟ ସଂକ୍ରମିତ ଥିବା ବେଳେ ୧୦୦୮୨୨୬ ଜଣ କରୋନାକୁ ମାତ ଦେଇ ଘରକୁ ଫେରିଛନ୍ତି । ସେହିପରି ଗତକାଲି କରୋନାକୁ ହରାଇ ୫୬୦ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

Coronavirus COVID-19
Advertisment
Advertisment