/odishatv-khabar/media/post_attachments/uploadimage/library/16_9/16_9_0/IMAGE_1633497327.jpg)
Coronavirus
ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଏବେ ପୁଣିଥରେ ସଂକ୍ରମଣକୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭୀମସାର୍ରେ ୨୨ ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ସହରରେ ଥିବା ଏକ ବାଳିକା ବିଦ୍ୟାଳୟର ୫୩ ଛାତ୍ରୀ କରୋନା ସଂକ୍ରମିତ ଖବର ଜଣାପଡ଼ିବା ପରେ ଚିନ୍ତା ଆହୁରି ବଢ଼ିଛି।
ସୁନ୍ଦରଗଡ଼ ସହରର ଏକ ସରକାରୀ ଅନୁଦାନପ୍ରାପ୍ତ ବାଳିକା ହାଇସ୍କୁଲର ୫୩ ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍କୁଲର ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ୫୩ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସ୍କୁଲ୍ର ପ୍ରଧାନ ଶିକ୍ଷୟିତ୍ରୀ ସୂଚନା ଦେଇଛନ୍ତି। ଛାତ୍ରୀମାନେ ପଜିଟିଭ୍ ଚିହ୍ନଟ ହେବା ପରେ ସପ୍ତାହେ ସ୍କୁଲ ବନ୍ଦ ପାଇଁ ନିଷ୍ପତ୍ତି ନିଆଯିବ ବୋଲି ପ୍ରଧାନ ଶିକ୍ଷୟିତ୍ରୀ କହିଛନ୍ତି।
ସେପଟେ ବୁର୍ଲା ଭୀମସାର୍ର ଡାକ୍ତରୀ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ହେବା ପରେ ଚିନ୍ତା ବଢ଼ିଛି। ଏନେଇ ଜଣାପଡ଼ିବା ପରେ ଭୀମସାର୍ କର୍ତ୍ତୃପକ୍ଷ ଏକ ବୈଠକ ଡକାଇଛନ୍ତି। ବୈଠକରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ନିଷ୍ପତ୍ତି ନିଆଯିବ ବୋଲି ଭୀମସାର୍ ଅଧିକ୍ଷକ ସୂଚନା ଦେଇଛନ୍ତି।
ଭୀମସାର୍ର ୨୨ଜଣ ଡାକ୍ତରୀ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି। ପ୍ରଥମ ବର୍ଷର ଛାତ୍ରୀଙ୍କ ସହ ତୃତୀୟ ଓ ଚତୁର୍ଥ ବର୍ଷର ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କୁ ୨ ନମ୍ବର କୋଭିଡ୍ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଭୀମସାର୍ ଅଧୀକ୍ଷକ କୋଭିଡ୍ ହସ୍ପିଟାଲରେ ପହଞ୍ଚି କରୋନାରେ ଆକ୍ରାନ୍ତ ହୋଇଥିବା ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।
ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୨୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୮୯ ରହିଛି। ଚିହ୍ନଟଙ୍କ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୦ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)