Advertisment

ଶହେରୁ ୮୦ ଜଣ ଲକ୍ଷଣ ବିହୀନ ରୋଗୀ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ୩ ମାସ ହେଲାଣି ସଂକ୍ରମଣ ପାଖା ପାଖି ସମାନ ସ୍ଥିତିରେ ରହୁଛି। ଏଭଳି ସ୍ଥିତିରେ କିଭଳି ଟ୍ରାନ୍ସମିଶନକୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ। ପାର୍ବଣ ପାଇଁ କିଛି ଦିନ ହେଲା ଭିଡ଼ ଲାଗି ରହିଛି ଯାହାକି ବହୁତ ଉଦବେଗଜନକ।

undefined

Health Director Bijay Mohapatra

Advertisment

ଭୁବନେଶ୍ୱର: ଭୁବନେଶ୍ୱରରେ କମୁନି କୋଭିଡ୍ ସଂକ୍ରମଣ। ପ୍ରତି ଦିନ ୨ଶହରୁ ୩ଶହ ଭିତରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏମିତି କି କିଛି ମାତ୍ରାରେ ଆର ଭ୍ୟାଲୁ ବଢିଛି। ହେଲେ ହସ୍ପିଟାଲ ଆଡ଼ମିଶନ ଗୁରୁତର ରୋଗୀ ସଂଖ୍ୟା କମିଛି। ଏହାସହ ଭେଣ୍ଟିଲେଟରରେ ଆଡ଼ମିଟ ସଂଖ୍ୟା ୧୦ ପ୍ରତିଶତରୁ କମ୍ ଅଛି। ଆଇସିୟୁରେ ଛୋଟ ପିଲାଙ୍କ ଆଡ଼ମିଶନ ସଂଖ୍ୟା ୧ ପ୍ରତିଶତରୁ କମ୍ ଅଛି। ତେଣୁ ଆମେ ଏବେ ଭଲ ସ୍ଥିତିରେ ଅଛନ୍ତି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

Advertisment

ରାଜ୍ୟରେ ୩ ମାସ ହେଲାଣି ସଂକ୍ରମଣ ପାଖା ପାଖି ସମାନ ସ୍ଥିତିରେ ରହୁଛି। ଏଭଳି ସ୍ଥିତିରେ କିଭଳି ଟ୍ରାନ୍ସମିଶନକୁ କମାଯାଇ ପାରିବ ତାହା ହିଁ ଗୁରୁତ୍ୱପୂର୍ଣ୍ଣ। ପାର୍ବଣ ପାଇଁ କିଛି ଦିନ ହେଲା ଭିଡ଼ ଲାଗି ରହିଛି ଯାହାକି ବହୁତ ଉଦବେଗଜନକ। ତେବେ ବର୍ତ୍ତମାନ ସମୟରେ ଶହେରୁ ୮୦ ଜଣ ଲକ୍ଷଣ ବିହୀନ ରୋଗୀ ଚିହ୍ନଟ ହେଉଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

ପାର୍ବଣ ସମୟରେ କୋଭିଡ୍ ଗାଇଡଲାଇନ୍ ପାଳନ କରିବାକୁ ଅପିଲ କରିଛନ୍ତି ଡିଏମଇଟି ସିବିକେ ମହାନ୍ତି। ଅନ୍ୟପଟେ ଆଜି ରାଜ୍ୟରେ ୫୨୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି। ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୨ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ଦେଶରେ ଦିନକରେ ୧୪ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୧ ଜଣଙ୍କ ମୃତ୍ୟୁ ହୋଇଛି। ତେବେ କେବଳ କେରଳରୁ ୬ ହାଜର ୯୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
COVID-19 Corona Infection Health Director
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ