Advertisment

ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ୫ ଦିନ ବନ୍ଦ

ଆଜିଠୁ ୫ ଦିନ ଯାଏ ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ବନ୍ଦ। ଉଭୟ ଅଫିସ୍‌ର ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଫଳରେ ଆଜିଠୁ ୨୧ ତାରିଖ ଯାଏ ଉଭୟ ଅଫିସ୍ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Bhubaneswar Sub Collector Office

Bhubaneswar Sub Collector Office

ଭୁବନେଶ୍ୱର: ଆଜିଠୁ ୫ ଦିନ ଯାଏ ଭୁବନେଶ୍ୱର ସବ୍‌କଲେକ୍ଟର ଅଫିସ ଓ ତହସିଲ ଅଫିସ ବନ୍ଦ। ଉଭୟ ଅଫିସ୍‌ର ୫ ଜଣ ଅଫିସର କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଫଳରେ ଆଜିଠୁ ୨୧ ତାରିଖ ଯାଏ ଉଭୟ ଅଫିସ୍ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏହାସହ ୨ ଅଫିସକୁ ବିଏମ୍‌ସି ପକ୍ଷରୁ ସିଲ୍ କରାଯିବା ସହ ସାନିଟାଇଜ କରାଯାଇଛି।

Advertisment

ଜନଗହଳି ଯୋଗୁ ସବ୍‌କଲେକ୍ଟର ଅଫିସରେ କାର୍ଯ୍ୟରତ ୩ ଜଣ ଆସିଷ୍ଟାଣ୍ଟ କଲେକ୍ଟର ଓ ଭୁବନେଶ୍ୱର ତହସିଲ ଅଫିସରେ କାର୍ଯ୍ୟରତ ୨ ଜଣ ଅତିରିକ୍ତ ତହସିଲଦାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ୨ ଅଫିସକୁ ୫ ଦିନ ପାଇଁ  ବନ୍ଦ କରି ଦିଆଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ କ୍ୱାରେଣ୍ଟାଇନରେ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଯଦି ଆକ୍ରାନ୍ତ ଅଫିସରମାନେ ଚିକିତ୍ସା ଆବଶ୍ୟକ କରନ୍ତି, ତା’ ହେଲେ ତୁରନ୍ତ ଜଣାଇବା ଲାଗି ବିଏମ୍‌ସି ପକ୍ଷରୁ କୁହାଯାଇଛି। 

ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ଏବେ ପୁଣି ଧୀରେ ଧୀରେ ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଛି। ସେପ୍ଟେମ୍ବର ୧୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୫୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଜୁଲାଇ ୧୬ରି ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ରାଜ୍ୟରେ ୬୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତ ଅଛନ୍ତି। କ୍ୱାରେଣ୍ଟିନରୁ ୩୬୭ ଚିହ୍ନଟ ହୋଇଥିବା ଲୋକାଲ କେସ୍ ୨୬୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment
COVID19 Tehsil Office Bhubaneswar Sub-Collector Office Bhubaneswar
Advertisment
Advertisment