Advertisment

କାଲିଠୁ ରାଜ୍ୟରେ ସ୍ୱାଭାବିକ ଭାବରେ ଚଳାଚଳ କରିବ ବସ୍‌

ସେହିପିରି ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ କିନ୍ତୁ ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
'ବସ୍‌ରେ ଯାତ୍ରୀ ହେଉନାହାନ୍ତି, ଚଳାଚଳ ବନ୍ଦ ହେବ'

bus

Advertisment

ଭୁବନେଶ୍ୱର: ରାଜ୍ୟରେ ପୁଣି ଆଂଶିକ ଲକଡାଉନ୍‌ ବଢାଇଲେ ରାଜ୍ୟ ସରକାର। କାଟେଗୋରୀ ବି’ରେ ନାଇଟ କର୍ଫ୍ୟୁ କିନ୍ତୁ ବଳବତ୍ତର ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କେବଳ ଏତିକି ନୁହେଁ ବରଂ କାଟେଗୋରୀ ବିରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ପୁଣି ଥରେ ଆରମ୍ଭ ହେବ। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ ବୋଲି ସୂଚନା ମିଳିଛି। ଏହାସହ କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ସୂଚନା ଅନୁସାରେ, ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଏଣିକି ଚଳାଚଳ କରିପାରିବ। ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ ବୋଲି ମୁଖ୍ୟ ଶାସନ କହିଛନ୍ତି।

Advertisment

ଏହାସହ ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ। ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ମଧ୍ୟ ସରକାର ଅନୁମତି ଦେଇଛନ୍ତି। ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ମଧ୍ୟ ଅନୁମତି ଦିଆଯାଇଛି। ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା କିନ୍ତୁ ବନ୍ଦ ରହିବ। ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ। ସେହିପିରି ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ କିନ୍ତୁ ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ସୂଚନା ଦେଇଛନ୍ତି।

Advertisment
Odisha Odisha Unlock Process Odisha Corona Guidelines
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ