• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ରାଜ୍ୟବାସୀଙ୍କୁ ପୁଣି ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

  • ନିୟମ ନମାନିଲେ ପୁଣି ଲକଡାଉନ କରାଯିବ ବୋଲି ସତର୍କ କଲେ ।

  • ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି ।

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ପୁଣି ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ନମାନିଲେ ପୁଣି ଲକଡାଉନ କରାଯିବ ବୋଲି ସତର୍କ କଲେ । ଦେଶର ଅନ୍ୟ ରାଜ୍ୟରେ କୋଭିଡ଼ କେସ୍ ବଢୁଛି । ଭୁବନେଶ୍ୱରରେ କୋଭିଡ୍‌ କେସ୍ ସ୍ଥିର ରହିଛି । ଓଡ଼ିଶା ଧିରେ ଧିରେ ଅନ୍‌ଲକ୍‌ ହେଉଛି ।  ତେଣୁ ଯଦି ରାଜ୍ୟବାସୀ ଅନ୍‌ଲକ୍‌ ଚାହୁଁଛନ୍ତି ତେବେ ନିୟମ ମାନି ଚଳନ୍ତୁ । ନଚେତ୍‌ ପୁଣି ଥରେ ଲକ୍‌ଡାଉନ୍‌ ଫେରିବ ବୋଲି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ଜୀବନ ଓ ଜୀବିକା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍‌ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନି । କରୋନା ଭାଇରସ ଏବେ ବି ଆମ ଆଖପାଖରେ ଲୁଚି ରହିଛି । ରୂପ ବଦଳାଇ ଗୁରୁତର ଆକ୍ରମଣ କରିବାର ଶକ୍ତି ମଧ୍ୟ ରଖିଛି ଏହି କାଳ ରୂପି ଭାଇରସ । ଆମେ କୌଣସି ପ୍ରକାର ସତର୍କତାରେ ଢିଲା କରିବା ଅନୁଚିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନିହାତି ଜରୁରୀ ନଥିଲେ ଲୋକମାନେ ବାହାରକୁ ବାହାରିବା ଉଚିତ୍‌ ନୁହେଁ । କୌଣସି ବି ପରିସ୍ଥିତିରେ ଭିଡ଼ କରିବାକୁ ମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ରଖିବାକୁ ପୁଣି ଥରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ଠିକ ଭାବେ ପାଳନ ନକଲେ ଲକଡାଉନ ପାଇଁ ବାଧ୍ୟ ହେବୁ ବୋଲି ସିଧା ସଳଖ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେ ଆହୁରି କହିଛନ୍ତି ଯେ, ଦ୍ୱିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି । ଦ୍ୱିତୀୟ ଲହରରେ ଅନ୍ୟ ରାଜ୍ୟ ମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତର ମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଆମକୁ ଦାୟିତ୍ୱପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।