Advertisment

କରୋନାର ନୂଆ ଭ୍ୟାରିଏଣ୍ଟକୁ ନେଇ ଚିନ୍ତା, ସତର୍କ ହେଲେ ସରକାର

କରୋନା ଭାଇରସ୍‌ର ନୂଆ ଭ୍ୟାରିଏଣ୍ଟର ‘ଓମିକ୍ରନ୍‌’ ଚିହ୍ନଟ ପରେ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି।

ଅଦ୍ୟତନ ହୋଇଛି
undefined

Coronavirus

Advertisment

ଭୁବନେଶ୍ୱର: କରୋନା ଭାଇରସ୍‌ର ନୂଆ ଭ୍ୟାରିଏଣ୍ଟର ‘ଓମିକ୍ରନ୍‌’ ଚିହ୍ନଟ ପରେ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି କରାଯାଇଛି। ବିଦେଶରୁ ଆସୁଥିବା ସବୁ ଲୋକଙ୍କ ପ୍ରତି କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟ୍‌ମେଣ୍ଟ୍‌ ଓ ଟିକାକରଣ ଉପରେ ଫୋକସ୍‌ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Advertisment

ଜେନୋମ୍ ସିକ୍ୟୁଏନ୍ସିଂ ପାଇଁ ନିୟମିତ ଭାବେ RTPCR ସାମ୍ପଲ ପଠାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ସ୍କୁଲ, କଲେଜ, ହଷ୍ଟେଲ ଉପରେ ନଜର ରଖିବାକୁ ବି ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। କୋଭିଡ଼ ନିୟମ ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। 

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୧୫୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୧୧୦ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୪୧ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। 

Advertisment

ଅଳ୍ପ ଦିନ ପୂର୍ବରୁ ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ଭ୍ୟାରିଏଣ୍ଟ ‘B.1.1.529 ବା ଓମିକ୍ରନ୍‌’ କରୋନାର ଅନ୍ୟ ଭ୍ୟାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO) ପକ୍ଷରୁ କୁହାଯାଇଛି। ଏହି ନୂ‌ଆ ଭାରିଏଣ୍ଟ୍‌ ଉପରେ ଟିକାର କୌଣସି ପ୍ରଭାବ ପଡୁ ନଥିବାରୁ ଆହୁରି ଚିନ୍ତା ବଢ଼ିଛି। ଏହା ଦ୍ରୁତ ଗତିରେ ବ୍ୟାପିବା ସହ ସ୍ୱାସ୍ଥ୍ୟ ସମସ୍ୟାକୁ ଜଟିଳ କରୁଥିବା ଜଣାପଡ଼ିଛି।

COVID19 New Covid Variant Omicron
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ