Advertisment

ପୁଣି ଭୁବନେଶ୍ୱରରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି।

ଅଦ୍ୟତନ ହୋଇଛି
Containment Zone Back In Bhubaneswar

Containment Zone Back In Bhubaneswar

Advertisment

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଉ ସବୁଠାରୁ ଅଧିକ ପଜିଟିଭ ବାହାରୁଛନ୍ତି ରାଜଧାନୀ ଭୁବନେଶ୍ୱରରୁ। କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି। ଫରେଷ୍ଟ ପାର୍କ ଅଞ୍ଚଳର ଏକ ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଅଧିକ ସଂକ୍ରମିତ ଚିହ୍ନଟ ହେବା ପରେ ୫୨ ନମ୍ବର ୱାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ ଗତକାଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି। 

Advertisment

କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା ପରେ ସମ୍ପୃକ୍ତ ଅଞ୍ଚଳକୁ ଲୋକଙ୍କ ଯିବା ଆସିବା ଉପରେ କଟକଣା ଜାରି ହୋଇଛି। ଅଞ୍ଚଳର ସମସ୍ତ ଦୋକାନ ବଜାର ଓ ଅନ୍ୟ ସରକାରୀ ଏବଂ ଘରୋଇ ପ୍ରତିଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଣ୍ଟେନମେଣ୍ଟ ଜୋନ୍ ଅଞ୍ଚଳ ଲୋକଙ୍କୁ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବାକୁ ବ୍ୟବସ୍ଥା ହୋଇଛି। ଗତ କିଛିଦିନ ଧରି ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ଧିରେ ଧିରେ ବଢୁଥିବା ନଜର ଆସିଛି।ଗତକାଲି ଦୈନିକ ସଂକମଣ ଦେଢ ଶହ ପାର ହୋଇଛି। ରାଜଧାନୀରେ ଏବେ ଆକ୍ଟିଭ୍‌ କେସ୍ ସଂଖ୍ୟା ୩ ହଜାର ୪୨୮ ରହିଛି।

Advertisment

ସୂଚନାଥାଉ କି, ଚଳିତ ବର୍ଷ ଜୁଲାଇରେ ଖଣ୍ଡଗିରି ସତ୍ୟସାଇ ଏନକ୍ଲେଭ HIGକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଏହାପରେ ରସୁଲଗଡ ନିକଟରେ ଥିବା ଗୁଞ୍ଜନ ପ୍ୟାଲେସ୍‌ ଆପାର୍ଟମେଣ୍ଟର ବ୍ଲକ-ବି କୁ ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା। ଏସବୁ ଅଞ୍ଚଳରୁ ଅଧିକ କୋଭିଡ ପଜିଟିଭ ବାହାରି ଥିବାରୁ ବିଏମ୍‌ସି ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଥିଲା।

୨୪ ଘଣ୍ଟାରେ ରାଜ୍ୟରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୦ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୭ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Advertisment
Bhubaneswar COVID19 Containment Zone
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ