/odishatv-khabar/media/post_attachments/uploadimage/library/16_9/16_9_0/Corona_1657178714.jpg)
Corona
ଦେଶରେ ପୁଣି ବଢ଼ିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୭୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୪୦ ଜଣଙ୍କ ଜୀବନ ନେଇଛି ମୃତ । ଏହି ୪୦ ମୃତ୍ୟୁକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୬ ହଜାର ୬୮୯କୁ ବୃଦ୍ଧି ପାଇଛି । ଅନ୍ୟପଟେ ଦେଶରେ ଏବେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୪ ହଜାର ୯୩୩ ରହିଛି । ତେବେ ଏବେ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଜଣ ।
ଅନ୍ୟପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ମାଗଣା ବୁଷ୍ଟର ଡୋଜ୍ ସୁବିଧା କରିଛନ୍ତି । ହେଲେ ଓଡ଼ିଶାରେ ଏଥିପ୍ରତି ଲୋକଙ୍କ ଆଗ୍ରହ ବଢ଼ୁନି । ଯାହାକୁ ନେଇ ଅଧିକ ଚିନ୍ତା ବଢ଼ିଛି । ଚିନ୍ତା ବଢ଼ାଇଛି ବୁଷ୍ଟର ଡୋଜ ଟିକାକରଣ । ବୁଷ୍ଟର ଡୋଜ୍ ନେବା ପାଇଁ ଲୋକଙ୍କ ମଧ୍ୟରେ ଦେଖିବାକୁ ମିଳୁନି ଆଗ୍ରହ । ଫଳରେ ରାଜ୍ୟର ୮୭ ପ୍ରତିଶତ ଲୋକେ ବୁଷ୍ଟର ଡୋଜ୍ ନେଇ ନାହିଁନ୍ତି । ଆଉ ଏହାକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଚିନ୍ତା ପ୍ରକଟ କରିଛି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ରାଜ୍ୟର ୨୫ ଲକ୍ଷ ଲୋକ ଦ୍ୱିତୀୟ ଡୋଜ ଟିକା ନେଇନଥିବାବେଳେ କଟକ, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ, ପୁରୀ, ଅନୁଗୁଳ ଭଳି ଜିଲ୍ଲାରେ ପ୍ରଥମ ଡୋଜ ଟିକାକରଣ ୯୦ ପ୍ରତିଶତରୁ କମ ରହିଛି । କେନ୍ଦ୍ର ସରକାରଙ୍କ ଦ୍ୱାରା କରଯାଉଥିବା ମାଗଣା ଟିକାକରଣକୁ ଆଉ କମ ଦିନ ବାକି ଥିବାରୁ ସମସ୍ତଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଅନୁରୋଧ କରିଛନ୍ତି । ଏହାସହ ବିଭାଗ ପକ୍ଷରୁ ବିଜ୍ଞପ୍ତି ମାଧ୍ୟମରେ ବାରମ୍ୱାର ଲୋକଙ୍କୁ ସଚେତନ କରାଯାଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)