Advertisment

ଚିହ୍ନଟ ହେଲେ  ୧,୯୨୭ କରୋନା ରୋଗୀ, ଆଖି ବୁଜିଲେ ୬୯

ଆଜି ରାଜ୍ୟରୁ ୧,୯୨୭ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ପୁଣି ୬୯ ଜଣ ଆଖି ବୁଜିଥିବା କୁହାଯାଇଛି। ମୃତ ଓ ଆକ୍ରାନ୍ତଙ୍କ ତାଲିକାରେ ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ରୋଗୀ ଆଖି ବୁଜିଛନ୍ତି।

author-image
Minati Mishra
ଅଦ୍ୟତନ ହୋଇଛି
ଚିହ୍ନଟ ହେଲେ  ୧,୯୨୭ କରୋନା ରୋଗୀ, ଆଖି ବୁଜିଲେ ୬୯

corona virus

ଭୁବନେଶ୍ୱର: ଗତକାଲି ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ହଜାର ଉପରେ ଥିବାବେଳେ ଆଜି ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରୁ ୧,୯୨୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧,୧୧୫ ଜଣ କ୍ୱାରେଣ୍ଟିନରେ ଥିବାବେଳେ ୮୧୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। 

Advertisment

ସେହିପରି ପରି ରାଜ୍ୟରେ ପୁଣି ୬୯ ଜଣ କରୋନା ରୋଗୀ ଆଖି ବୁଜିଥିବା କୁହାଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି। ତାଲିକାରେ ଆଜି ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଜିଲ୍ଲାରୁ ସର୍ବାଧିକ ୨୨ ଜଣ ରୋଗୀ ପ୍ରାଣ ହରାଇଥିବା କୁହାଯାଇଛି। 

ସେହିପରି ସଂକ୍ରମଣ ତାଲିକାରେ ମଧ୍ୟ ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ  ୪୯୮ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ  ୫୫, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୨୭, ଭଦ୍ରକରୁ ୧୯, ବଲାଙ୍ଗିରରୁ ୧୧, ବୌଦ୍ଧରୁ ୭, କଟକରୁ ୨୪୮, ଦେବଗଡ଼ରୁ ୬, ଢେଙ୍କାନାଳରୁ ୭୫, ଗଜପତିରୁ ୪, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୯୧, ଯାଜପୁରରୁ୧୨୩, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୭୩, କେନ୍ଦୁଝରରୁ ୩୨, ଖୋର୍ଦ୍ଧାରୁ ୪୯୮, କୋରାପୁଟରୁ ୮, ମାଲକାନଗିରିିରୁ ୧୮, ମୟୂରଭଞ୍ଜରୁ ୯୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୬୪, ନୂଆପଡ଼ାରୁ ୫, ପୁରୀରୁ ୧୦୩, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୩୩, ସୁବର୍ଣ୍ଣପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ଷ୍ଟେଟପୁଲରୁ ୧୦୦ ଜଣ ବାହାରିଛନ୍ତି। 

Advertisment

ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୯ ହଜାର ୯୮୬କୁ ବୃଦ୍ଧି ପାଇଛି। ୨୪ ଘଣ୍ଟାରେ ୭୨ ହଜାର ୬୧ ସାମ୍ପଲ ଟେଷ୍ଟ ହୋଇଛି।  ପଜିଟିଭିଟି ହାର ୨.୬୭% ରହିଛି। 

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସୁନ୍ଦରଗଡ଼ରୁ ୧୦, ବରଗଡ଼ରୁ ୭ ଓ ଅନୁଗୁଳରୁ ୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝରରୁ ୫, କେନ୍ଦ୍ରାପଡ଼ାରୁ ୪, ବାଲେଶ୍ୱରରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଭଦ୍ରକ, ବୌଦ୍ଧ, ଗଂଜାମ, ନୟାଗଡ଼ ଓ ପୁରୀରୁ ୨ ଲେଖାଏଁ ରୋଗୀ ଆଖି ବୁଜିଛନ୍ତି।  ସେହିପରି ସୁବର୍ଣ୍ଣପୁର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କର ମୃତ୍ୟୁ ଘଟିଛି। କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୫ ହଜାର ୨୪୧କୁ ବୃଦ୍ଧି ପାଇଛି। 

COVID-19 Odisha COVID-19 Update
Advertisment
Advertisment