Advertisment

ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଂଟାରେ ୧୯୯୩ ଜଣ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୯୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୮୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

author-image
Sarbeswar
ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଂଟାରେ ୧୯୯୩ ଜଣ ସଂକ୍ରମିତ ଚିହ୍ନଟ

Coronavirus

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୯୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୮୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଅନୁଗୁଳରୁ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୮୧, ବରଗଡ଼ରୁ ୧୯, ଭଦ୍ରକରୁ ୮୬, ବଲାଙ୍ଗୀରରୁ ୧୩, ବୌଦ୍ଧରୁ ୧୦, କଟକରୁ ୨୯୭, ଦେବଗଡ଼ରୁ ୫, ଢେଙ୍କାନାଳରୁ ୪୪, ଗଜପତିରୁ ୫, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୮୯, ଯାଜପୁରରୁ ୧୪୧, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୩୫, ଖୋର୍ଦ୍ଧାରୁ ୩୨୨, କୋରାପୁଟରୁ ୩୧, ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୧୧୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୭୮, ପୁରୀରୁ ୧୪୪, ରାୟଗଡ଼ାରୁ ୨୪, ସମ୍ବଲପୁରରୁ ୧୪, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହେବା ସହ ଷ୍ଟେଟ୍‌ପୁଲର ସଂଖ୍ୟା ୫୯ ରହିଛି।

Advertisment

ସେହିପରି ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪୧୭୪୫ ରହିଥିବା ବେଳେ ସୁସ୍ଥ ହେଲେଣି ୯୧୨୪୬୩ ଜଣ। ଏହାସହ ବର୍ତ୍ତମାନ ସମୟରେ ରାଜ୍ୟରେ ଆକ୍ଟିଭ୍‌ ସଂଖ୍ୟା ୨୪୫୬୭ ରହିଛି।

Advertisment
Odisha Coronavirus COVID-19
Advertisment
Advertisment