Advertisment

କରୋନା: ୨୪ ଘଣ୍ଟାରେ ୮୮୪୫ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମୁଛି କରୋନା: ୨୪ ଘଂଟା ମଧ୍ୟରେ ୮୮୭୫ ଜଣ ଆକ୍ରାନ୍ତ ହେଲେ ଚିହ୍ନଟ

ଅଦ୍ୟତନ ହୋଇଛି
Corona

Corona

Advertisment

ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୮୮୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୩୭୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ଏହାରି ମଧ୍ୟରେ ୦-୧୮ ବୟସ୍କଙ୍କ ମଧ୍ୟରେ ୯୨୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

Advertisment

ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୬୦, ବାଲେଶ୍ୱରରୁ ୨୯୦, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୨୩୨ ଆକ୍ରାନ୍ତ  ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୯୩, କଟକରୁ ୬୨୮, ଦେବଗଡ଼ରୁ ୫୫, ଢେଙ୍କାନାଳରୁ ୧୦୦, ଗଜପତିରୁ ୯୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି ଗଂଜାମରୁ ୫୩, ଜଗତସିଂହପୁରରୁ ୧୮୦, ଯାଜପୁରରୁ ୨୦୯, ଝାରସୁଗୁଡ଼ାରୁ ୧୪୪, କଳାହାଣ୍ଡିରୁ ୨୩୯, କନ୍ଧମାଳରୁ ୧୦୯ ଓ କେନ୍ଦ୍ରାପଡ଼ାରୁ ୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେବଳ ଏତିକି ନୁହେଁ କେନ୍ଦୁଝରରୁ ୧୧୦, ଖୋର୍ଦ୍ଧାରୁ ୨୫୨୮, କୋରାପୁଟରୁ ୨୦୩, ମାଲକାନଗିରିରୁ ୫୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମୟୂରଭଂଜରୁ ୧୫୨, ନବରଙ୍ଗପୁରରୁ ୧୮୭, ନୟାଗଡରୁ ୧୯୪, ନୂଆପଡ଼ାରୁ ୨୦୫, ପୁରୀରୁ ୧୬୫, ରାୟଗଡ଼ାରୁ ୨୨୧, ସମ୍ବଲପୁରରୁ ୧୮୧, ସୋନପୁରରୁ ୨୦୭, ସୁନ୍ଦରଗଡରୁ ୧୦୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୫୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Coronavirus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ