Covid-19
କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବାରୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଲା ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଜରୁରୀ ଚିଠି । ସର୍ଭେଲାନ୍ସ, ଟେଷ୍ଟିଂ ଓ ପ୍ରସ୍ତୁତି ବଢାଇବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି । ଅକ୍ସିଜେନଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ଏବଂ ଆକ୍ରାନ୍ତଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏଥିସହ କୋଭିଡ୍ ପଜିଟିଭ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବାକୁ କୁହାଯାଇଛି । କୋଭିଡ୍ ଲକ୍ଷଣଯୁକ୍ତ, ବରିଷ୍ଠ ନାଗରିକ ଓ ସଂକ୍ରମଣ ପ୍ରବଣଙ୍କୁ ବିଶେଷ ଗୁରୁତ୍ୱ ଦିଆଯିବାକୁ ଏହି ଚିଠିରେ ଉଲ୍ଲେଖ କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Covid_19_1703866005.jpg)