Advertisment

ହଠାତ୍‌ ଓଡ଼ିଶାରେ ବଢ଼ିଲା କରୋନା ସଂକ୍ରମଣ, ଦିନକରେ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ

ପୁଣିଥରେ ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ହଜାର ପାର୍‌ କରିଛି। ରାଜ୍ୟରେ ଦିନକରେ ୧,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Covid19 cases explode in Odisha

Covid19 cases explode in Odisha

ପୁଣିଥରେ ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ହଜାର ପାର୍‌ କରିଛି। ରାଜ୍ୟରେ ଦିନକରେ ୧,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୭୧୦ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୫୦୬ ରହିଛି। ସେହିପରି ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୪୬୬କୁ ବୃଦ୍ଧି ପାଇଛି। 

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୮୭ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୭,୮୭୬ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୫,୩୭୬ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍‌ କେସ୍‌-୩୯୮୧ ରହିଛି। 

Advertisment


— I & PR Department, Odisha (@IPR_Odisha) January 5, 2022


— I & PR Department, Odisha (@IPR_Odisha) January 5, 2022

ସେପଟେ ରାଜ୍ୟରେ ସମସ୍ତ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ୧୦ ଦିନ ମଧ୍ୟରେ ସରକାରୀ, ବେସରକାରୀ ହସ୍ପିଟାଲ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ୨ୟ ଲହର ସର୍ବୋଚ୍ଚ ସ୍ତରରେ ଯେତିକି ବେଡ୍, ICU ଥିଲା, ସେତିକି ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

COVID19 Corona Cases Odisha
Advertisment
Advertisment