Advertisment

ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା; ଚିହ୍ନଟ ହେଲେ ୨,୬୦୨,  ଆଖି ବୁଜିଲେ ୫୯

ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା। ଆଜି  ରାଜ୍ୟରେ  ସର୍ବାଧିକ ୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୩୫୮କୁ ବୃଦ୍ଧି ପାଇଛି ।

author-image
Minati Mishra
ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା; ଚିହ୍ନଟ ହେଲେ ୨,୬୦୨,  ଆଖି ବୁଜିଲେ ୫୯

covid 19

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା। ଆଜି  ରାଜ୍ୟରେ  ସର୍ବାଧିକ ୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୩୫୮କୁ ବୃଦ୍ଧି ପାଇଛି ।
 ସେହିପରି ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୬୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ୧୪୯୫ ଥିବାବେଳେ  ଓ  ଲୋକାଲ କେସ୍ ରହିଛି ୧୧୦୭। ଏହାକୁ ମିଶାଇ   ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮କୁ ବୃଦ୍ଧି ପାଇଛି । 
ସୂଚନାଥାଉକି, ରାଜ୍ୟରେ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ବରଗଡ଼, ଢେଙ୍କାନାଳ, ପୁରୀରୁ ୫ ଲେଖାଏଁ, ଗଂଜାମ, ନୟାଗଡ଼, ରାୟଗଡ଼ା, ସୁନ୍ଦରଗଡ଼ରୁ ୪ ଲେଖାଏଁ , କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଂଗପୁରରୁ ୩ ଲେଖାଏଁ,  କଟକ, ଯାଜପୁର, ମୟୂରଭଂଜରୁ ୨ ଲେଖାଏଁ,  ଅନୁଗୁଳ, ଜଗତସିଂହପୁର, କୋରାପୁଟରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ୩୫୮କୁ ବୃଦ୍ଧି ପାଇଛି।

Advertisment

ସେହିପରି, ଆଜି ‌ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ରୋଗୀ। ଏହି ଜିଲ୍ଲାରୁ ୫୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ଚିହ୍ନଟ ହୋଇଛନ୍ତି ୩୯୭ ଜଣ। ଅନ୍ୟପକ୍ଷେ, ଅନୁଗୁଳରୁ ୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱରରୁ ୧୬୪, ବରଗଡ଼ରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗିରରୁ ୫, ବୌଦ୍ଧରୁ ୨୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯୧, ଯାଜପୁରରୁ୧୮୩, ଝାରସୁଗୁଡ଼ାରୁ ୨୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୭୨, କୋରାପୁଟ, ମାଲକାନଗିରିରୁ ୩୨ ଲେଖାଏ ଚିହ୍ନଟ ହୋଇଛନ୍ତି।

ଏହାବାଦ ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୨, ନୂଆପଡ଼ାରୁ ୫, ପୁରୀରୁ ୧୭୪,  ରାୟଗଡ଼ାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭,  ସୁନ୍ଦରଗଡ଼ରୁ ୬୪ ଓ ଷ୍ଟେଟପୁଲରୁ ୧୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment
COVID-19 Odisha Corona Update Odisha Corona Death Cases Corona Positive Odisha
Advertisment
Advertisment