Corona Cases In Odisha
ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ଆଜି ୧୦ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫,୮୩୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪,୨୨୬ ରହିଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୭୨ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୧୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧,୩୪୮, କଟକରୁ ୮୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୦୧,୬୦୬ରେ ପହଞ୍ଚଛି। ସେଥି ମଧ୍ୟରୁ ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍ କେସ୍-୪୪,୩୪୯ ରହିଛି।
7. Cuttack: 870
8. Deogarh: 18
9. Dhenkanal: 50
10. Gajapati: 82
11. Ganjam: 154
12. Jagatsinghpur: 142
13. Jajpur: 212
14. Jharsuguda: 219
15. Kalahandi: 123
16. Kandhamal: 36
17. Kendrapada: 51
18. Keonjhar: 109
19. Khurda: 3188
20. Koraput: 155
21. Malkangiri: 17
— I & PR Department, Odisha (@IPR_Odisha) January 13, 2022
22. Mayurbhanj: 423
23. Nawarangpur: 122
24. Nayagarh: 102
25. Nuapada: 66
26. Puri: 272
27. Rayagada: 131
28. Sambalpur: 570
29. Sonepur: 106
30. Sundargarh: 1348
31. State Pool: 724
— I & PR Department, Odisha (@IPR_Odisha) January 13, 2022
New recoveries: 949
Cumulative tested: 26403667
Positive: 1101606
Recovered: 1048732
Active cases: 44349
— I & PR Department, Odisha (@IPR_Odisha) January 13, 2022
ସେହିପରି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୭୨ରେ ପହଞ୍ଚିଛି।
ସେପଟେ ବାଲେଶ୍ୱର ଏଫ୍ଏମ୍ ମେଡିକାଲ କଲେଜରେ ୩୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୨୦ ଛାତଛାତ୍ରୀଙ୍କ କୋଭିଡ୍ ଟେଷ୍ଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୩୦ରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଏଡିଏମ୍ଓ ସୂଚନା ଦେଇଛନ୍ତି। ଏହି ସଂଖ୍ୟା ଆଗକୁ ଆହୁରି ବଢ଼ିପାରେ। ୨ ଦିନ ପୂର୍ବେ କଲେଜର ୧୩ ଜଣ ଛାତ୍ରଛାତ୍ରୀ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଗତକାଲି ୟୁଜି ବୟେଜ୍ ହଷ୍ଟେଲକୁ ୭ ଦିନ ପାଇଁ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1642046069.jpg)