Advertisment

କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୭୭୯ ନୂଆ ସଂକ୍ରମିତ

ଧୀରେ ଧୀରେ ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ  ୭୭୯ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୫ ଆକ୍ରାନ୍ତ ହୋଇଛନ୍ତି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
undefined

Corona Virus

ଧୀରେ ଧୀରେ ରାଜ୍ୟରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ  ୭୭୯ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୫ ଆକ୍ରାନ୍ତ ହୋଇଛନ୍ତି । ଅନ୍ୟପଟେ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୪୫୪ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୩୨୫ ରହିଛି । ଅନ୍ୟପଟେ ରାଜ୍ୟରେ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

Advertisment

କଟକ ଜିଲ୍ଲାରୁ ସର୍ବାଧତ୍କ ୨୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।ସେହିଭଳି ଜଗତସିଂହପୁରରୁ ୬, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଲେଖାଏଁ, ନୟାଗଡ଼ରୁ ୨, ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି ।

ତେବେ ଗତ ୨୪ ଘଣ୍ଟାରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୯, ବରଗଡ଼ରୁ ୫, ଭଦ୍ରକରୁ ୧୫, ବଲାଙ୍ଗିର-ରୁ ୩, ବୌଦ୍ଧରୁ ୨, କଟକରୁ ୮୪, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଜପତିରୁ ୧, ଗଂଜାମରୁ ୮, ଜଗତସିଂହପୁରରୁ ୩୧, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୩, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୩୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

ସେହିଭଳି ଷ୍ଟେଟପୁଲରୁ ମଧ୍ୟ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଗତକାଲି ରାଜ୍ୟରେ କରୋନା ଆକ୍ରାନ୍ତ ହୋଇ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି । ମୟୂରଭଞ୍ଜ ଜିଲ୍ଲାର ଜଣେ ୫ ମାସର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମୃତ ଶିଶୁକନ୍ୟା କଟକ ଜିଲ୍ଲାର ବୋଲି ଜଣାପଡ଼ିଛି । ୨ ଶିଶୁଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି । ମୃତ ୫ ମାସର ଶିଶୁକନ୍ୟା ହୃଦ୍‌ରୋଗରେ ଆକ୍ରାନ୍ତ ଥିଲେ । ସେହିପରି କଟକ ଜିଲ୍ଲାର ମୃତ ଶିଶୁକନ୍ୟା ହେମୋ ଗ୍ଲୋବିନୋ ପାଥିରେ ଆକ୍ରାନ୍ତ ଥିଲେ । ସେ ମାତ୍ର ୧୨ ଦିନରେ ମୃତ୍ୟୁ ବରଣ କରିଥିଲେ ।

ତେବେ ରାଜ୍ୟରେ କରୋନା ରୋଗୀଙ୍କ ପାଇଁ କଟକ ଏସସିବିରେ ଉଦଘାଟିତ ହୋଇଛି ଇକମୋ ଚିକିତ୍ସା ବ୍ୟବସ୍ଥା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି ଏବଂ ଇକମୋ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । କଟକ SCB ପୂର୍ବ ଭାରତର ଇକ୍‌ମୋ ହବ୍ ବୋଲି କୁହାଯାଇଛି । ରାଜ୍ୟ ସରକାର ମାଗଣାରେ ଇକ୍‌ମୋ ସେବା ଯୋଗାଇବେ ଓ ଏଥିପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ନିଷ୍ପତି ହୋଇଛି । ସେହିପରି ତୃତୀୟ ଲହର ପାଇଁ ଅଧିକ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିବା ବେଳେ କୋଭିଡ ନିୟମ କଡ଼ାକଡ଼ି ପାଳନ କରିବାକୁ କହିଛନ୍ତି, ତା ସହିତ ନିଜକୁ ଓ ପିଲାଙ୍କୁ ସୁରକ୍ଷିତ ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।

COVID19 Odisha Corona Update Corona
Advertisment
Advertisment