Corona
ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଜଣେ ରୋଗୀ ଭୁବନେଶ୍ବରର ହୋଇଥିବା ବେଳେ ଅନ୍ୟଜଣେ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରେ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେ ଏବେ ହୋମ ଆଇସୋଲେସନରେ ଥିବା ସୂଚନା ରହିଛି । ଏବେ ରାଜ୍ୟରେ ୨୫ଜଣ ସକ୍ରିୟ ରୋଗୀ ଥିବା ବେଳେ, ମୃତ୍ୟୁର କୌଣସି ସୂଚନା ନଥିବା ସ୍ପଷ୍ଟ କରିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ।
କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି, ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ ଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ଲକ୍ଷଣ ଥିଲେ ତୁରନ୍ତ ପରୀକ୍ଷା କରାଇବାକୁ ସେ ପରାମର୍ଶ ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Corona_1704358377.jpg)