• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ପୁଣି ସ୍କୁଲକୁ ଫେରୁଛି କରୋନା କଟକଣା । ସ୍କୁଲରେ କରୋନା ନିୟମ ପାଳନ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ କହିଛନ୍ତି । କେନ୍ଦ୍ର ଓ ରାଜ୍ୟର ମାର୍ଗ ଦର୍ଶିକା ଅନୁଯାୟୀ ସ୍କୁଲରେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ପାଳନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ଏଥି ସହ ଆଗକୁ ହେବାକୁ ଥିବା ସମେଟିଭ-୧ ଓ ଯୁକ୍ତ ୨ ପରୀକ୍ଷା କରୋନା କଟକଣା ଭିତରେ ଆୟୋଜନ କରିବାକୁ ବିଭାଗୀୟ ପ୍ରସ୍ତୁତି ଚାଲିଥିବା ସୂଚନା ଦେଇଛନ୍ତି ।

ଏପଟେ ଚୀନରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ରାଜ୍ୟରେ ତତ୍ପରତା ଦେଖାଦେଇଛି । କରୋନା ସ୍ଥିତି ନେଇ ଆସନ୍ତାକାଲି ଅପରାହ୍ନ ସାଢ଼େ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ସଚିବଙ୍କ ସହ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଏଥରେ ଉପସ୍ଥିତ ରହିବେ । ଏହାସହ ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ, ମେଡ଼ିକାଲ୍ କଲେଜ କର୍ତ୍ତୃପକ୍ଷ ବି ଏହି ବୈଠକରେ ରହିବେ । ଆଗାମୀ ଦିନ ପାଇଁ କୋଭିଡ ମୁକାବିଲା ରଣନୀତି ନେଇ ଏଥିରେ ଆଲୋଚନା ହେବ ।

ରାଜ୍ୟରେ ମେଡିକାଲ୍ ବେଡ୍, ଅକ୍ସିଜେନ୍ ବ୍ୟବସ୍ଥା ମହଜୁଦ୍ ରଖିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି । ଯଦି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼େ, ତେବେ ମେଡିକାଲରେ କଣ ସବୁ ବ୍ୟବସ୍ଥା ରହିବ ସେ ନେଇ ଆସନ୍ତାକାଲି ମକଡ୍ରିଲ୍ ମଧ୍ୟ କରାଯିବ । ଏଥିସହ ସବୁ ସରକାରୀ ହସ୍ପିଟାଲରେ ଆଇସୋଲେସନ୍ ବେଡ୍ କାର୍ଯ୍ୟକ୍ଷମ କରାଯାଇଛି । ଅକ୍ସିଜେନ୍ ବ୍ୟବସ୍ଥା ଥିବା ବେଡ ଅଧିକ ରଖାଯାଇଛି । ଟେଷ୍ଟିଂ ଓ ଟ୍ରିଟମେଣ୍ଟ ପାଇଁ ଆବଶ୍ୟକୀୟ ଉପକରଣ ମହଜୁଦ ରହିଛି । ସବୁ ବ୍ୟବସ୍ଥାର ତର୍ଜମା କରି କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ ରାଜ୍ୟ ସରକାର ।