Advertisment

କେମିତି ଶିଶୁଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରାଯାଇପାରିବ ? ପରାମର୍ଶ ଦେଲେ DMET

ରାଜ୍ୟରେ ୨ ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ଥିଲେ ବି ଏବେ ଶିଶୁଙ୍କ ସଂକ୍ରମଣ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟାରେ ପୁଣି ଶହେ ପାର୍‌ କରିଛି ଶୂନରୁ ୧୮ ବର୍ଷ ବୟସ୍କଙ୍କ ସଂକ୍ରମିତ ସଂଖ୍ୟା।  ଗତ ୨୪ ଘଣ୍ଟାରେ ୧୩୮ ଜଣ ଏହି ବର୍ଗରେ କରୋନାରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
କେମିତି ଶିଶୁଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରାଯାଇପାରିବ ? ପରାମର୍ଶ ଦେଲେ DMET

coronavirus infection to children

ଭୁବନେଶ୍ୱର: ରାଜ୍ୟରେ ୨ ଦିନ ହେଲା କରୋନା ସଂକ୍ରମଣ ହଜାରେ ତଳେ ଥିଲେ ବି ଏବେ ଶିଶୁଙ୍କ ସଂକ୍ରମଣ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟାରେ ପୁଣି ଶହେ ପାର୍‌ କରିଛି ଶୂନରୁ ୧୮ ବର୍ଷ ବୟସ୍କଙ୍କ ସଂକ୍ରମିତ ସଂଖ୍ୟା।  ଗତ ୨୪ ଘଣ୍ଟାରେ ୧୩୮ ଜଣ ଏହି ବର୍ଗରେ କରୋନାରେ ଆକ୍ରାନ୍ତ ହୋଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅଗଷ୍ଟ ୧୭ର ରିପୋର୍ଟ ଅନୁସାରେ, ରାଜ୍ୟରେ ୯୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ବୟସ୍କଙ୍କ ସଂକ୍ରମିତ ସଂଖ୍ୟା ୧୩୮ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୫୭୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ ୪୧୫ ରହିଛି। ସେହିପରି ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୦୮୬ରେ ପହଞ୍ଚିଛି। ଶିଶୁଙ୍କ ସଂକ୍ରମଣ ରୋକିବା ନେଇ DMET ମୁଖ୍ୟ ସିବିକେ ମହାନ୍ତି ପରାମର୍ଶ ଦେଇଛନ୍ତି।

Advertisment

କିଭଳି ଭାବରେ ଶିଶୁଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରାଯାଇପାରିବ ....

  • ଶିଶୁଙ୍କ ସଂକ୍ରମଣ ରୋକିବାକୁ ଅଭିଭାବକ ଓ ଶିକ୍ଷକଙ୍କୁ ସତର୍କ ରହିବାକୁ ପଡ଼ିବ
  • ଅଭିଭାବକ, ପାଖ ପଡ଼ୋଶୀ, ଶିକ୍ଷକ ଯତ୍ନଶୀଳ ହେଲେ ଶିଶୁ ସୁରକ୍ଷିତ
  • ଶିଶୁମାନଙ୍କ ଠାରେ ସିଭିଅରିଟି କମ୍ ରହୁଛି ଓ ଅନେକ ଲକ୍ଷଣହୀନ
  • ଶିଶୁଙ୍କ ସଂକ୍ରମଣ ଆଶା କମ୍, କିନ୍ତୁ ଶୂନ ନୁହେଁ
  • ସେରୋ ସର୍ଭେ ରିପୋର୍ଟ କହୁଛି, ପିଲାମାନେ ସଂକ୍ରମିତ ହେଉଛନ୍ତି

ଶିଶୁଙ୍କ ସଂକ୍ରମଣଙ୍କୁ ନେଇ ଆତଙ୍କିତ ନହେବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପ୍ରଥମ ଓ ଦ୍ୱିତୀୟ ଲହରରେ ୦ରୁ ୧୦ ବର୍ଷ ବୟସର ୩.୫% ପିଲା ସଂକ୍ରମିତ ହେଉଥିଲେ। ୧୦ରୁ ୧୮ ବର୍ଷର ୮ରୁ ୮.୫% ପିଲା ପଜିଟିଭ ଚିହ୍ନଟ ହେଉଥିଲେ। ଦ୍ୱିତୀୟ ଲହରରେ ଡେଲ୍‌ଟାର ପ୍ରାଦୁର୍ଭାବ ସତ୍ତ୍ୱେ ପିଲାଙ୍କ ସଂକ୍ରମଣ ହାର ୧୨% ପାଖାପାଖି ଥିଲା। ପିଲାମାନେ ପ୍ରାୟତଃ ଗୁରୁତର ହୁଅନ୍ତି ନାହିଁ।  ତେଣୁ ଡାକ୍ତରଖାନା ଯିବା ପିଲାଙ୍କ ସଂଖ୍ୟା ବହୁତ କମ୍‌। ଆଇସିୟୁ ଯିବା ପିଲାଙ୍କ ସଂଖ୍ୟା ମଧ୍ୟ ଢେର କମ୍‌। ଆକଳନ ଅନୁସାରେ ଯେତିକି ପିଲା ସଂକ୍ରମିତ ହେବେ, ସେଥିରୁ ୫ରୁ ୬% ଡାକ୍ତରଖାନା ଯିବେ ବୋଲି କେନ୍ଦ୍ର ସରକାରଙ୍କ ଆକଳନ କହୁଛି। ତେଣୁ ବର୍ତ୍ତମାନଠୁ ଆତଙ୍କିତ ହେବାର କିଛି ନାହିଁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

Advertisment

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଆହୁରି କହିଛନ୍ତି, ଯେହେତୁ ତୃତୀୟ ଲହରରେ ପିଲା ଆକ୍ରାନ୍ତ ସଂଖ୍ୟା ବଢିବ ବୋଲି ଆକଳନ କରାଯାଇଛି, ତେଣୁ ରାଜ୍ୟ ସରକାର ପିଲାଙ୍କ ସଂକ୍ରମଣର ମ୍ୟାପିଂ କରୁଛନ୍ତି।  ୧୮ ବର୍ଷ ତଳକୁ ଟିକା ଦିଆ ଯାଉ ନ ଥିବାରୁ ସେଥିଲାଗି ପ୍ରସ୍ତୁତି କରାଯାଉଛି। ତେବେ ପିଲାଙ୍କ ସଂକ୍ରମଣ ରୋକିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।  ଏବେ ଆମର ଶିଶୁ ସଂକ୍ରମଣ ଜାତୀୟ ହାର ଭିତରେ ରହିଛି। ସେହିପରି

    Odisha COVID-19 Coronavirus Infection In Children
    Advertisment
    Advertisment