/odishatv-khabar/media/post_attachments/uploadimage/library/16_9/16_9_0/IMAGE_1633690452.jpg)
Corona Situation in bhubaneswar
ଭୁବନେଶ୍ୱର: ରାଜ୍ୟରେ ଗତକାଲିଠୁ ଆଜି ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୪୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
Advertisment
ସେହିଭଳି କ୍ୱାରେଣ୍ଟିନ ସେଣ୍ଟରରୁ ୨୫୮ ଏବଂ ଲୋକାଲ କେସ୍ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ଆଜି ବି ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୭, ମୟୂରଭଞ୍ଜରୁ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ପାଇଛି ।ସେହିପରି ୩ ଜଣ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିଛି ।
Also Read
Advertisment
ସୁନ୍ଦରଗଡ଼, ଜଗତସିଂହପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଯାହା ପରେ ରାଜ୍ୟରେ ଏବେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୨୮୫କୁ ବୃଦ୍ଧି ପାଇଛି । ସେହିଭଳି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭କୁ ବୃଦ୍ଧି ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)



/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)