/odishatv-khabar/media/post_attachments/uploadimage/library/16_9/16_9_0/COVID_19_1703318802.jpg)
COVID-19
ରାଜ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ୩ ତାରିଖରେ ଶେଷ ଥର ପାଇଁ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ । ୨୦ ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ନିକଟରେ ମହାମାରୀ କରୋନା ଦେଶରେ ପୁଣି ଚିନ୍ତା ବଢ଼ାଇଛି । କେରଳରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ ହୋଇଥିଲା । ଏହାପରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ତତ୍ପର ହୋଇଛନ୍ତି ।
ଦେଶରେ ଗତ ୨୪ ଘଣ୍ଟାରେ ୭୫୨ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଆଉ ଚାରି ଜଣ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡ ରିପୋର୍ଟରେ ଏହା ପ୍ରକାଶ ପାଇଛି । JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)