Advertisment

ବଢୁଛି ସଂକ୍ରମଣ ! ରାଜ୍ୟରେ ଆଉ ଏକ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅଦ୍ୟତନ ହୋଇଛି
COVID-19

COVID-19

Advertisment

ରାଜ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ୩ ତାରିଖରେ ଶେଷ ଥର ପାଇଁ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ । ୨୦ ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Advertisment

ନିକଟରେ ମହାମାରୀ କରୋନା ଦେଶରେ ପୁଣି ଚିନ୍ତା ବଢ଼ାଇଛି । କେରଳରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ ହୋଇଥିଲା । ଏହାପରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ତତ୍ପର ହୋଇଛନ୍ତି ।

ଦେଶରେ ଗତ ୨୪ ଘଣ୍ଟାରେ ୭୫୨ କୋରାନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ  ଆଉ ଚାରି ଜଣ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି କୋଭିଡ ରିପୋର୍ଟରେ ଏହା ପ୍ରକାଶ ପାଇଛି । JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ନୂଆ ସଂକ୍ରମିତଙ୍କୁ ମିଶାଇଲେ ବର୍ତ୍ତମାନ କୋଭିଡ ସକ୍ରିୟ ମାମଲା ୩,୪୨୦ରେ ପହଞ୍ଚିଛି ।

Advertisment
COVID-19 Covid Positive Covid New Variant
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ