ଆଜିଠୁ ଓଡ଼ିଶାରେ ନୂଆ କରୋନା କଟକଣା ଲାଗୁ, ରାତି ୯ଟାରୁ ନାଇଟ୍‌ କର୍ଫ୍ୟୁ

ରାଜ୍ୟରେ ଆଜିଠୁ ନୂଆ କରୋନା କଟକଣା ଲାଗୁ। ଆଜିଠୁ ରାତି ୯ରୁ ସକାଳ ୫ ଯାଏ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ରାସ୍ତାକଡ଼ ଦୋକାନ ରାତି ୯ଟା ଯାଏ ଖୋଲିବ, କିନ୍ତୁ ଏକାସମୟରେ ସର୍ବାଧିକ ୫ ଜଣ ଗ୍ରାହକ ରହିବେ।

New Covid Guidelines

ରାଜ୍ୟରେ ଆଜିଠୁ ନୂଆ କରୋନା କଟକଣା ଲାଗୁ। ଆଜିଠୁ ରାତି ୯ରୁ ସକାଳ ୫ ଯାଏ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ୫୦% କ୍ଷମତାରେ ହୋଟେଲ ଓ ବାର୍ ଚାଲିବ। ରାସ୍ତାକଡ଼ ଦୋକାନ ରାତି ୯ଟା ଯାଏ ଖୋଲିବ, କିନ୍ତୁ ଏକାସମୟରେ ସର୍ବାଧିକ ୫ ଜଣ ଗ୍ରାହକ ରହିବେ।

ଜାଣନ୍ତୁ, କ’ଣ ରହିଛି ନୂଆ ଗାଇଡ୍‌ଲାଇନ୍‌...

ଭୁନେଶ୍ୱରକୁ ଆସୁଥିବା ସବୁ ଯାତ୍ରୀଙ୍କ RT-PCR ଟେଷ୍ଟ ପାଇଁ BMC ନିର୍ଦ୍ଦେଶ ଦେଇଛି। ଡବଲ ଡୋଜ୍ ଟିକା କିମ୍ବା ନେଗେଟିଭ ରିପୋର୍ଟ ଥିଲେ ବି ପୁଣି ଥରେ ଟେଷ୍ଟ କରିବା ବାଧ୍ୟତାମୂଳକ । ଟେଷ୍ଟ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଯାତ୍ରୀ ହୋମ୍ ଆଇସୋଲେସନରେ ରହିବେ ।