Advertisment

ବଢିଲା ନାଇଟ୍‌ କର୍ଫ୍ୟୁ କଟକଣା: ରାତି ୮ଟାରୁ ଏକାଠି ହେବା ମନା !

କଟକ, ଭୁବନେଶ୍ୱର ପାଇଁ ନାଇଟ କର୍ଫ୍ୟୁ ଅଧିକ କଡ଼ାକଡ଼ି ହେବ। କଟକ, ଭୁବନେଶ୍ୱରରେ ୧୦ ଦିନ ପାଇଁ ରାତି ୮ରୁ ସକାଳ ୫ ନାଇଟ କର୍ଫ୍ୟୁ ଲାଗୁ ହେବ। ଅକ୍ଟୋବର ୧୧ରୁ ୨୦ ପର୍ଯ୍ୟନ୍ତ ରାତି ୮ଟାରୁ ସକାଳ ୫ଟା ନାଇଟ କର୍ଫ୍ୟୁ ଲାଗୁ ହେବ।

author-image
Chandan Shishu
undefined

night curfew

ଭୁବନେଶ୍ୱର: କରୋନା ପାଇଁ ଅକ୍ଟୋବର ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ରାଜ୍ୟର ସମସ୍ତ ପୌରାଞ୍ଚଳ ସମେତ ଟ୍ୱିନ୍‌ ସିଟିରେ ଲାଗୁ ହେବ ନାଇଟ କର୍ଫ୍ୟୁ। ପାର୍ବଣ ଋତୁ ପାଇଁ ସ୍ପେଶାଲ ରିଲିଫ୍ କମିଶନର ସତର୍କ କରାଇଛନ୍ତି। ସେପ୍ଟେମ୍ବରରେ ଅନ୍ୟ ଯାହା କଟକଣା ଥିଲା ତାହା ଅକ୍ଟୋବରରେ ବଳବତ୍ତର ରହିବ। ନୂଆ ଗାଇଡଲାଇନ ଅକ୍ଟୋବର ୧ରୁ ନଭେମ୍ବର ୧ ସକାଳ ଯାଏ ଲାଗୁ ହେବ।

Advertisment

ନୂଆ ଗାଇଡଲାଇନ ନେଇ SRC ପ୍ରଦୀପ ଜେନା କହିଛନ୍ତି ଯେ- ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ କର୍ଫ୍ୟୁ ଜାରି ରହିବ। ସମସ୍ତ ପୌରାଞ୍ଚଳରେ ରାତି ୧୦ଟାରୁ ସକାଳ ୫ଟା ଯାଏ ନାଇଟ କର୍ଫ୍ୟୁ ହେବ। କେବଳ କଟକ, ଭୁବନେଶ୍ୱର ପାଇଁ ନାଇଟ କର୍ଫ୍ୟୁ ଅଧିକ କଡ଼ାକଡ଼ି ହେବ। କଟକ, ଭୁବନେଶ୍ୱରରେ ୧୦ ଦିନ ପାଇଁ ରାତି ୮ରୁ ସକାଳ ୫ ନାଇଟ କର୍ଫ୍ୟୁ ଲାଗୁ ହେବ। ଅକ୍ଟୋବର ୧୧ରୁ ୨୦ ପର୍ଯ୍ୟନ୍ତ ରାତି ୮ଟାରୁ ସକାଳ ୫ଟା ନାଇଟ କର୍ଫ୍ୟୁ ଲାଗୁ ହେବ। 

Odisha Police Twin City Night Curfew
Advertisment
Advertisment